ଉପସ୍ଥାପନ ହେଲା ରାଜ୍ୟ ବଜେଟ୍ : ୧.୭୦ ଲକ୍ଷ କୋଟିର ବ୍ୟୟବରାଦ

ଭୁବନେଶ୍ବର : ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବର୍ଷ ୨୦୨୧-୨୨ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି ।

ନୂଆ ଆର୍ଥିକ ବର୍ଷ ପାଇଁ ମୋଟ ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟବରାଦ କରାଯାଇଛି । ପ୍ରଶାସନିକ ବ୍ୟୟ ପାଇଁ ୮୫ ହଜାର କୋଟି ଟଙ୍କା, କାର୍ଯ୍ୟକ୍ରମ ବ୍ୟୟ ବାବଦକୁ ୭୫ ହଜାର କୋଟି ଟଙ୍କା, ବିପର୍ଯ୍ୟୟ ପ୍ରଶମନ ପାଇଁ ୩ ହଜାର ୫୦ କୋଟି ଟଙ୍କା,ସ୍ଥାନୀୟ ନିକାୟ ସଂସ୍ଥା ଓ ଉନ୍ନୟନ ସଂସ୍ଥାକୁ ହସ୍ତାନ୍ତର ପାଇଁ ୬ ହଜାର ୯ଶହ ୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।

୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୨୫୭୮୮ କୋଟି ଟଙ୍କାର ପୁଞ୍ଜି ବ୍ୟୟବରାଦ ଅଟକଳ କରାଯାଇଛି, ଯାହାକି ସାମଗ୍ରିକ ରାଜ୍ୟ ଘରୋଇ ଉତ୍ପାଦର ୪.୪ ପ୍ରତିଶତ ଅଟେ ।

ସମ୍ବନ୍ଧିତ ଖବର