ରାଜ୍ୟରେ ୩୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୧୩

ଆମ ପଡ଼ୋଶୀ ରାଜ୍ୟରେ କୋଭିଡ ସଂକ୍ରମଣ ବଢ଼ିଛି, ଓଡ଼ିଶାରେ କମିଛି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

MarketWatch

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସରେ ୩ ଜଣ ଅଛନ୍ତି। ସଂଗରୋଧ କେନ୍ଦ୍ରରୁ ୨୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୧୬ ଜଣ।

ଅନୁଗୁଳ ଜିଲ୍ଳାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେ‌ଳେ ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ଜଣେ, କଟକୁ ୭ ଜଣ, ଖୋ‌ର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ଜଣେ, ନୂଆପଡ଼ାରୁ ୨ ଜଣ, ସମ୍ବଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ୧୩୩୫୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୩୨୬୩୩୫ ଓ ଏବେ ବି ସକ୍ରିୟ ଅଛନ୍ତି ୩୬୮ ଜଣ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe