ଆଉ ୧୬ଜଣଙ୍କ ମୃତ୍ୟୁ, ୧୦୨୨ରେ ପହଞ୍ଚିଲା ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା

Advertisment
ଆଉ ୧୬ଜଣଙ୍କ ମୃତ୍ୟୁ, ୧୦୨୨ରେ ପହଞ୍ଚିଲା ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧ହଜାର ଟପିଛି। ଆଜି ଆଉ ୧୬ଜଣ କରୋନାରେ ପ୍ରାଣ ହରାଇଥିବା ନେଇ ସରକାରୀ ଘୋଷଣା ହେବା ପରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧୦୨୨ରେ ପହଞ୍ଚିଛି। ଆଜି ଘୋଷଣା ହୋଇଥିବା ମୃତକଙ୍କ ମଧ୍ୟରେ ବାଲେଶ୍ବରରୁ ସର୍ବାଧିକ ୪ଜଣ ରହିଛନ୍ତି। ଭୁବନେଶ୍ବରରୁ ୩ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଥିବା ବେଳେ ଢ଼େଙ୍କାନାଳ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି। ଏହା ସହ ଗଜପତି, କଳାହାଣ୍ଡି, କେନ୍ଦ୍ରାପଡ଼ା ,କୋରାପୁଟ ଏବଂ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ମୃତକମାନେ ମଧୁମେହ ଓ ଉଚ୍ଚରକ୍ତଚାପରେ ପୀଡ଼ିତ ଥିଲେ ବୋଲି ଜଣା ପଡ଼ିଛି।

୧୬ଜଣଙ୍କ ମୃତ୍ୟୁ ସହ ଆଜି ରାଜ୍ୟରେ ୨୫୪୬ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୦୪ ଓ ସ୍ଥାନୀୟ ଅଞ୍ଚଳରୁ ୧୦୪୨ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୫୨ହଜାର ୨୩୯କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ମୋଟ୍ ୨,୨୪,୨୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬,୮୯୧ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe