ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ପୁଣି ବଢ଼ିଛି। ଗତ ୮ଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ତିନି ଅଙ୍କରୁ ତଳକୁ ଖସୁନଥିବା ବେଳେ ବୁଧବାର ଦିନ ୪୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୬୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।
ଆଜି ରାଜ୍ୟର ୨୧ଟି ଜିଲ୍ଲାରୁ ୪୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୯ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 5th July
New Positive Cases: 401
Of which 0-18 years: 44
In quarantine: 236
Local contacts: 165(Details of local contacts will be shared by concerned District)
1. Balasore: 17
2. Bhadrak: 2
3. Cuttack: 64
4. Gajapati: 6
5. Ganjam: 2
6. Jagatsinghpur: 5— I & PR Department, Odisha (@IPR_Odisha) July 6, 2022
ସେହିପରି ବାଲେଶ୍ବର ଜିଲ୍ଲାରୁ ୧୭ ଜଣ, ଭଦ୍ରକରୁ ୨, କଟକରୁ ୬୪, ଗଜପତିରୁ ୬, ଗଞ୍ଜାମରୁ ୨, ଗଜତ୍ସିଂହପୁରରୁ ୫, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୩, କୋଟାପୁଟରୁ ଜଣେ, ମାଲଗାନଗିରିରୁ ଜଣେ, ମୟୂରଭଞ୍ଜରୁ ୬, ନୟାଗଡ଼ରୁ ୪, ନୂଆପଡ଼ାରୁ ଜଣେ, ପୁରୀରୁ ୧୪, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୫ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ୍ପୁଲ୍ରୁ ୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୧୨୯୧୫୧୮ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩୯ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ସୁସ୍ଥ ହୋଇ ସାରିଲେଣି ସମୁଦାୟ ୧୨୮୦୩୮୨ ଜଣ। ଏବେ ବି ସକ୍ରିୟ ଅଛନ୍ତି ୧୯୫୭ ଜଣ।