ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୮ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୭ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨ଜଣ, ବାଲେଶ୍ବରରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୧୫ ଜଣ, ଦେବଗଡ଼ରୁ ୨ ଜଣ, ଗଞ୍ଜାମରୁ ୫ଜଣ, ଜଗତସିଂହପୁରୁ ୨ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୧୧୭ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୭ଜଣ, ନୟାଗଡ଼ରୁ ୨ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୨୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ସହ ୨ଜଣଙ୍କ ମୃତ୍ୟୁ ହୋଇଛି।
Covid-19 Report For 14th December
New Positive Cases: 218
Of which 0-18 years: 28
In quarantine: 127
Local contacts: 91(Details of local contacts will be shared by concerned District)
1. Angul: 2
2. Balasore: 1
3. Bhadrak: 1
4. Cuttack: 15
5. Deogarh: 2
6. Ganjam: 5— I & PR Department, Odisha (@IPR_Odisha) December 15, 2021
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୨ହଜାର ୧୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୧ ହଜାର ୭୨୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।