ଭୁବନେଶ୍ବର: ରାଜ୍ୟରେ ଧୀରେ ଧୀରେ କମ୍ ହେବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଆଜି ୧,୦୦୦ତଳକୁ ଖସିଛି ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୮୭ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୪୧୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇ ସାରିଲେଣି ୨୮୯୬୮୯ ଜଣ। ଏବେ ସକ୍ରିୟ ଅଛନ୍ତି ୧୨ ହଜାର ୫୮୪ ଜଣ।
Covid-19 Report For 9th November
New Positives Cases: 987
In Quarantine: 572
Local Contacts: 415(Details of local contacts will be shared by concerned District Administration)
District Wise Cases:
1. Angul: 86
2. Balasore: 25
3. Bargarh: 31
4. Bhadrak: 4
5. Balangir: 43— I & PR Department, Odisha (@IPR_Odisha) November 10, 2020
ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୩ ଜଣଙ୍କର କରୋନାଜନିତ ମୃତ୍ୟୁ ଘଟିଛି।