ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୦୯ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ବାକି ୧୭୫ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୮୦୩ରେ ପହଞ୍ଚିଛି।  ଅନ୍ୟପକ୍ଷରେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୪ ହଜାର ୬୬୫ ଆକ୍ରାନ୍ତ । ଏବେ ବି ରାଜ୍ୟରେ  ୪ ହଜାର ୩୨୦ ଜଣ କରୋନା ଆକ୍ରାନ୍ତ ସକ୍ରିୟ ଅଛନ୍ତି।

Advertisment

ଆଜି ଅନୁଗୁଳ ଜିଲ୍ଲାରୁ ୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଥିବ‌ା ବେଳେ ବାଲେଶ୍ବରରୁ ୯ ଜଣ, ବରଗଡ଼ରୁ ୨୨ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ଜଣେ, କଟକରୁ ୩୪ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତ୍‌ସିଂହପୁରରୁ ୧୫ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୧୬ ଜଣ, କେନ୍ଦୁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୪୪ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୫ ଜଣ, ନବରଙ୍ଗପୁରରୁ ୫ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୧୧ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୫୩ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଣେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିିଛି।