ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୩୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨୯ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୬୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୧୯୬ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୫ହଜାର ୨୭୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୪୧୦୨ ଜଣ। ଏସବୁ ତଥ୍ୟ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବରରୁ ୧୧ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୯ଜଣ, ବଲାଙ୍ଗୀରରୁ ୨୩ଜଣ, କଟକରୁ ୨୫ଜଣ, ଦେବଗଡ଼ରୁ ୧୭ଜଣ, ଢେଙ୍କାନାଳରୁ ୬ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତ୍‌ସିଂହପୁରରୁ ୧୧ ଜଣ, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୧୨ଜଣ, କଳାହାଣ୍ଡିରୁ ୨୭ ଜଣ, କନ୍ଧମାଳରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୨ଜଣ, କେନ୍ଦୁଝରରୁ ୮ଜଣ, ଖୋର୍ଦ୍ଧାରୁ ୪୯ଜଣ, କୋରାପୁଟରୁ ୭ଜଣ, ମାଲକାନଗିରିରୁ ୪ଜଣ, ମୟୂରଭଞ୍ଜରୁ ୩୨ଜଣ, ନୟାଗଡ଼ରୁ ୪ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୨ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୧ଜଣ, ସୁନ୍ଦରଗଡ଼ରୁ ୪୫ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧ଜଣ ଚିହ୍ନଟ ହୋଇଛନ୍ତି। ଏଣେ କରୋନାରେ ପୁଣି ୫ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର