ରାଜ୍ୟରେ ପୁଣି ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୪ ହଜାର ୩୯୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୬୮୮ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୯, ବରଗଡ଼ରୁ ୨୩, ଭଦ୍ରକରୁ ୨, ବଲାଙ୍ଗୀରରୁ ୨୨, ବୌଦ୍ଧରୁ ୫ ଜଣ, କଟକରୁ ୭ ଜଣ, ଦେଓଗଡ଼ରୁ ଜଣେ, ଗଞ୍ଜାମ ୪ ଜଣ, ଜଗତ୍‌ସିଂହପୁରରୁ ୨ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧୫ ଜଣ, କଳାହାଣ୍ଡିରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୧୯ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୫ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୦ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୩୨ ଓ ଷ୍ଟେଟ୍‌ ପୁଲ୍‌ରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୪ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର