ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୭ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୩୧ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୭ ଜଣ, ବାଲେଶ୍ୱରରୁ ୫୬ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୯ ଜଣ, ବୌଦ୍ଧରୁ ଜଣେ, କଟକରୁ ୧୧୯ଜଣ, ଦେବଗଡ଼ରୁ ୯  ଜଣ, ଢେଙ୍କାନାଳରୁ ୧୬ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩୭ ଜଣ, ଯାଜପୁରରୁ ୪୩ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୫ ଜଣ, କେନ୍ଦୁଝରରୁ ୧୯ ଜଣ, କ‌ୋରାପୁଟରୁ ୪ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୩୧ ଜଣ, ନବରଙ୍ଗପୁରରୁ ୨ଜଣ, ନୟାଗଡ଼ରୁ ୧୧ ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୩୯ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୧ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

The link between COVID-19 and CVD – Uganda Heart Institute

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦୦୩୨୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯୮୭୩୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୨୨୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର