ଗତ ୨୨ ଘଣ୍ଟା ମଧ୍ୟରେ ପୁଣି ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ମୃତ

ଗତ ୨୨ ଘଣ୍ଟା ମଧ୍ୟରେ ପୁଣି ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୩୬ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୩୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୨ ହଜାର ୪୫ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨ ହଜାର ୭୯୬ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮ ହଜାର ୮୮ ଜଣ। ଅନ୍ୟପକ୍ଷରେ ରାଜ୍ୟରେ ଆଉ ୧୬ ଜଣଙ୍କର କରୋନାଜନୀତ ମୃତ୍ୟୁ ଘଟିଛି।

ଗତ ୨୪ ଘଣ୍ଟା ମଧ୍ୟ‌ରେ ଅନୁଗୁଳ ଜିଲ୍ଲାରୁ ୭୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୪ ଜଣ, ବରଗଡ଼ରୁ ୧୨ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୩୫ ଜଣ, କଟକରୁ ୬୭ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୧୩ ଜଣ, ଜଗତ୍‌ସିଂହପୁରରୁ ୪୨ ଜଣ, ଯାଜପୁରରୁ ୨୭ ଜଣ, ଝାରସୁଗୁଡ଼ାରୁ ୨୫ ଜଣ, କଳାହାଣ୍ଡିରୁ ୩୭ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେନ୍ଦୁଝରରୁ ୨୬ ଜଣ, ଖେ‌ାର୍ଦ୍ଧାରୁ ୭୦ ଜଣ, କୋରାପୁଟରୁ ୮ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୪୩ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୪୧ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୩୫ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୫୨ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe