ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜାଣିବାକୁ ମିଳିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୧୭ରେ ପହଞ୍ଚିଛି। ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୩ ହଜାର ୩୯୪ ଜଣ।
ଗତ ୨୪ ଘଣ୍ଟା ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୦ ଜଣ, ବରଗଡ଼ରୁ ୨୩ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୨୯ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୨୮ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୯ ଜଣ, ଜଗତ୍ସିଂହପୁରରୁ ୯ ଜଣ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୨୫ ଜଣ, ଖୋର୍ଦ୍ଧାରୁ ୫୪ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୨ ଜଣ, ମୟୂରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୩୦ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୮ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପଟେ କରୋନା ହେତୁ ପୁଣି ୫ ଜଣଙ୍କର ମୃତ୍ୟୁ ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/12/Corona-in-Odisha-on-3rd-December_Thumbnail.jpg)