ରାଜ୍ୟରେ ପୁଣି ୩୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ଆକ୍ରାନ୍ତଙ୍କର ମୃତ୍ୟୁ

Advertisment
ରାଜ୍ୟରେ ପୁଣି ୩୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ, ୩ ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୪ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୩୧ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୩୦୬ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୨୪,୭୭୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୬୦୭ ଜଣ ଚିକିତ୍ସାଧୀନ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୪, ବରଗଡ଼ରୁ ୨୫ , ଭଦ୍ରକରୁ ୨, ବଲାଙ୍ଗୀରରୁ ୧୬, ବୌଦ୍ଧରୁ ୩ ଜଣ, କଟକରୁ ୨୩ , ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୯, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୫, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ୧୦, କେନ୍ଦୁଝରରୁ ୧୭, ଖୋର୍ଦ୍ଧାରୁ ୨୩ , କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୧୯ ଜଣ, ନବରଙ୍ଗପୁରୁ ଜଣେ, ନୟାଗଡ଼ରୁ ୬, ନୂଆପଡ଼ାରୁ ୬ ଜଣ , ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ, ସମ୍ବଲପୁରରୁ୨୮, ସୋନପୁରରୁ ୩ ଓ ସୁନ୍ଦରଗଡ଼ ଜିଲ୍ଲାରୁ୨୮ ଜଣ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୩ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe