ରାଜ୍ୟରେ ପୁଣି ୨୪୫ କରୋନା ସଂକ୍ରମିତ ଚିହ୍ନଟ, ୩ ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୯ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୦୬ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୪୩୨ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୫୦୫ ଜଣ ଚିକିତ୍ସାଧୀନ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୫, ଭଦ୍ରକରୁ ୬, ବଲାଙ୍ଗୀରରୁ ୯, ବୌଦ୍ଧରୁ ଜଣେ, କଟକରୁ ୧୫, ଦେବଗଡ଼ରୁ ଓ ଢେଙ୍କାନାଳରୁ ଜଣେ ଲେଖାଏଁ, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୩, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୯ , ମୟୂରଭଞ୍ଜରୁ ୧୭ ଜଣ, ନୟାଗଡ଼ରୁ ୨, ନୂଆପଡ଼ାରୁ ୫ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୩୫, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩୪ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲରୁ ୫ଜଣ ଅଛନ୍ତି।  ଏପଟେ କରୋନାରେ ପୁଣି ୩ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର