ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୧,୭୩୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୬୫୬୯ ଚିହ୍ନଟ ହୋଇଥିବା ବେଳେ ୫୧୬୩ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୭୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।
Covid-19 Report For 15th May
New Positive Cases: 11732
In quarantine: 6569
Local contacts: 5163(Details of local contacts will be shared by concerned Dist Administration)
District Wise Cases:
1. Angul: 700
2. Balasore: 472
3. Bargarh: 363
4. Bhadrak: 414
5. Balangir: 401— I & PR Department, Odisha (@IPR_Odisha) May 16, 2021
ଅପରପକ୍ଷରେ ଅନୁଗୁଳରୁ ୭୦୦, ବରଗଡ଼ରୁ ୪୧୪, ଭଦ୍ରକରୁ ୪୧୪, ବାଲେଶ୍ୱରରୁ ୪୭୨, ବଲାଙ୍ଗୀରରୁ ୪୦୧, ବୌଦ୍ଧରୁ ୨୭୭, ଦେବଗଡ଼ରୁ ୧୨୯, ଢେଙ୍କାନାଳରୁ ୧୫୩, ଗଜପତିରୁ ୭୭, ଗଞ୍ଜାମରୁ ୨୫୯, ଜଗତସିଂହପୁରରୁ ୩୩୦, ଯାଜପୁରରୁ ୩୮୩, ଝାରସୁଗୁଡ଼ାରୁ ୩୯୧ , କଳାହାଣ୍ଡିରୁ ୨୭୪, କନ୍ଧମାଳରୁ ୮୪, କେନ୍ଦ୍ରାପଡ଼ାରୁ ୧୩୯, କେନ୍ଦୁଝରରୁ ୨୨୦, କୋରାପୁଟରୁ ୨୮୯, ମାଲକାନଗିରିରୁ ୧୪୫, ମୟୂରଭଞ୍ଜରୁ ୪୧୮, ନବରଙ୍ଗପୁରରୁ ୪୧୭, ନୟାଗଡ଼ରୁ ୨୬୧, ନୂଆପଡ଼ାରୁ ୨୨୦, ପୁରୀରୁ ୩୯୦, ରାୟଗଡ଼ାରୁ ୨୪୫, ସମ୍ବଲପୁରରୁ ୫୩୮, ସୋନପୁରରୁ ୨୫୮, ସୁନ୍ଦରଗଡ଼ରୁ ୬୪୧ଜଣ ଓ ଷ୍ଟେଟ୍ ପୁଲରୁ ୨୬୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ୧୨୨୨୪ରେ ପହଞ୍ଚିଥିବା ବେଳେ ୫,୦୨,୪୫୫ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୭୪୦୩ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।