୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫୮ ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୨୩୩ ଛୁଇଁଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୧ ହଜାର ୩୦୯ ଜଣ ଓ ସକ୍ରିୟ ରହିଛନ୍ତି ୩୦୩୫ଜଣ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୫ ଜଣ, ବରଗଡ଼ରୁ ୧୦ ଜଣ, ବଲାଙ୍ଗୀରରୁ ୧୨ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୨୬ ଜଣ, ଦେବଗଡ଼ରୁ ୭ଜଣ, ଢେଙ୍କାନାଳରୁ ୨ ଜଣ,ଗଜପତିରୁ ୨ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୭ଜଣ, ଯାଜପୁରରୁ ୧୦ଜଣ, ଝାରସୁଗୁଡ଼ାରୁ ୫ଜଣ, କଳାହାଣ୍ଡିରୁ ୮ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୧୨ ଜଣ, କୋରାପୁଟରୁ ଜଣେ, ଖୋର୍ଦ୍ଧାରୁ ୩୮ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୪ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୧୨ଜଣ, ପୁରୀରୁ ୨୮ଜଣ, ସମ୍ବଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୪୭ ଜଣ ଓ ଷ୍ଟେଟ୍ ପୁଲରୁ ୯ଜଣ ଚିହ୍ନଟ ହୋଇଛନ୍ତି। ଏଣେ କରୋନାରେ ପୁଣି ୪ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର