ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୮୦୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୮୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୫୩ ଜଣ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୨ ଜଣ, ଦେବଗଡ଼ରୁ ୩ ଜଣ, ଗଜପତିରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ, ମୟୂରଭଞ୍ଜରୁ ୩ ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୯ ଜଣ ଓ ସୁନ୍ଦରଗଡ଼ରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/Corona-in-Odisha-on-8th-March_Thumbnail.jpg)