ଆଜି ରାଜ୍ୟରେ ୧୦୨୦ କରୋନା ସଂକ୍ରମିତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ ୨୫୯

ଭୁବନେଶ୍ବର: ରାଜ୍ୟରେ କାଲିଠାରୁ ଆଜି ୧୦ ଜଣ କମ୍‌ ସଂକ୍ରମିତ ହୋଇଛନ୍ତି। ଗତକାଲି ରାଜ୍ୟରେ ୧୦୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧ କେନ୍ଦ୍ରରୁ ଅଛନ୍ତି ୫୯୭ ଜଣ ଓ ୪୨୩ ଜଣ ସ୍ଥାନୀୟ ସଂକ୍ରମିତ। ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୧୯୫ ଜଣ।

 

ରାଜ୍ୟ ସ୍ବସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସାରେ ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨୩ ଜଣ, ବରଗଡ଼ରୁ ୨୫ ଜଣ, ଭଦ୍ରକରୁ ୧୭ ଜଣ, ବଲାଙ୍ଗୀରରୁ ୨୫ ଜଣ, ବୈଦ୍ଧରୁ ୧୧ ଜଣ, କଟକରୁ ୫୨ ଜଣ, ଦେବଗଡ଼ରୁ ୮ ଜଣ, ଗଜପତିରୁ ୭ ଜଣ, ଜଗତ୍‌ସିଂହପୁରରୁ ୧୩ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୨୧ ଜଣ, କଳାହାଣ୍ଡିରୁ ୨୮ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ‌୍ରାପଡ଼ାରୁ ୧୨ ଜଣ, କେନ୍ଦୁଝରରୁ ୧୨ ଜଣ, ଖୋର୍ଦ୍ଧାରୁ ୧୫୮ ଜଣ, କୋରାପୁଟରୁ ୧୬ ଜଣ, ମୟୂରଭଞ୍ଜରୁ ୭୧ ଜଣ, ନବରଙ୍ଗପୁରରୁ ୧୯ ଜଣ, ନୟାଗଡ଼ରୁ ୨୭ ଜଣ, ନୂଆପଡ଼ାରୁ ୧୨ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ବଲପୁରରୁ ୮୮ ଜଣ, ସୋନପୁରରୁ ୨୬ ଜଣ, ସୁନ୍ଦରଗଡ଼ରୁ ୨୫୯ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ନୁତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୩୧୧୧୩୫ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୨୯୫୧୫୭ ଓ ଏବେ ବି ସକ୍ରିୟ ଅଛନ୍ତି ୬୭୮୭ ଜଣ

ସମ୍ବନ୍ଧିତ ଖବର