ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୬୧ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ ସଂକ୍ରମିତ

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୬୧ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ଆଜି ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୪ ହଜାର ଅତିକ୍ରମ କରି ୫ ହଜାର ନିକଟତମ ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୭୬୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୨୭୮୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭୬ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ରହିଛି। ୭ଟି ଜିଲ୍ଲାରେ ୧୦୦ ଉପରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜିଲ୍ଲାରେ ୫୦ ଉପରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୮୧, ବାଲେଶ୍ବରରୁ ୮୪, ବରଗଡ଼ରୁ ୧୯୮, ଭଦ୍ରକରୁ ୬୩, ବଲାଙ୍ଗୀରରୁ ୩୨୨, ବୌଦ୍ଧରୁ ୨୩, କଟକରୁ ୧୭୬, ଦେବଗଡ଼ରୁ ୩୧, ଢେଙ୍କାନାଳରୁ ୬, ଗଜପତିରୁ ୩୧, ଗଞ୍ଜାମରୁ ୪୯, ଜଗତସିଂହପୁରରୁ ୨୨, ଯାଜପୁରରୁ ୮୬, ଝାରସୁଗୁଡ଼ାରୁ ୨୩୪, କଳାହାଣ୍ଡିରୁ ୧୬୭, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୫୦, କେନ୍ଦୁଝରରୁ ୧୦୩, କୋରାପୁଟରୁ ୩୧, ମାଲକାନଗିରିରୁ ୬, ମୟୂରଭଞ୍ଜରରୁ ୮୬, ନବରଙ୍ଗପୁରରୁ ୧୫୪, ନୟାଗଡ଼ରୁ ୬୩, ନୂଆପଡ଼ାରୁ ୫୩୪, ପୁରୀରୁ ୧୯୩, ରାୟଗଡ଼ାରୁ ୬୦, ସମ୍ବଲପୁରରୁ ୧୮୩, ସୋନପୁରରୁ ୪୭, ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ ଓ ଷ୍ଟେଟ୍ ପୁଲରୁ ୧୬୦ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୭୭ ହଜାର ୪୬୪ ରହିଛି । ସକ୍ରିୟ ମାମଲା ୨୭ ହଜାର ୮୨୧ ଥିବା ବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୭ ହଜାର ୬୩୭। ୨୦ ଦିନ ଭିତରେ ୩୬ ହଜାର ୪୪୮ ଜଣ ସଂକ୍ରମିତ ଚିହ୍ନଟ ହେଲେଣି । ସେହିପରି ଗୋଟିଏ ଦିନରେ କରୋନାରେ ୫ଜଣଙ୍କ ମୃତ୍ୟୁ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe