ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୬୮୧ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଏଥିମଧ୍ୟରୁ ସଙ୍ଗରୋଧରୁ ୪୯୪୮  ଓ ୩୭୩୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟାରେ ରାଜ୍ୟର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ରୁ ୭୪୫, କଟକରୁ  ୫୭୦ ଓ ପୁରୀରୁ ୫୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଠିକ୍ ସେହିପରି ଅନୁଗୁଳ ଜିଲ୍ଲାରୁ  ୪୧୯, ବାଲେଶ୍ୱରରୁ ୧୫୫,  ବଲାଙ୍ଗୀରରୁ ୪୫୯,  ବରଗଡ଼ରୁ ୪୨୩, ଭଦ୍ରକରୁ ୧୦୩, ଝାରସୁଗୁଡ଼ାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮, ଯାଜପୁରରୁ ୩୨୧, ନୂଆପଡ଼ାରୁ ୩୦୪, ମାଲକାନଗିରରିୁ ୩୪, ବୌଦ୍ଧରୁ ୫୭, ଢେଙ୍କାନାଳରୁ ୩୩ ଓ ଜଗତସିଂହପୁରରୁ ୨୧ ଜଣ  ଚିହ୍ନଟ ହୋଇଛନ୍ତି।

health.harvard.edu

ମୟୂରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, କନ୍ଧମାଳରୁ ୫୪, ନୟାଗଡ଼ରୁ ୧୬୦, ରାୟଗଡ଼ାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଦେବଗଡ଼ରୁ ୧୦୨, ମୟୂରଭଞ୍ଜରୁ ୨୨୦, ସୋନପୁରରୁ ୯୮  ଓ  ଷ୍ଟେଟ୍ ପୁଲରୁ  ୨୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି। ଏମାନଙ୍କ ଭିତରୁ ୩୮୦୪୦୦ଜଣ ସୁସ୍ଥ ହୋଇଥିବା ବେଳେ ଏବେ ବି ରାଜ୍ୟରେ ୬୧୬୯୮ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି।

ସମ୍ବନ୍ଧିତ ଖବର