ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୯୮୮୯ଜଣ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧

ଭୁବନେଶ୍ବର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ସଂକ୍ରମଣ । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ମୁହାଁ । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୯୮୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୫୬୧୧ଜଣ ସଙ୍ଗରୋଧରୁ ଓ ୪୨୭୮ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧ ଜଣ ମାମଲା ଚିହ୍ନଟ ହୋଇଛି । ସେହିପରି ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଯାଇଛି । ଦିନକରେ ସୁନ୍ଦରଗଡ଼ରେ ୧ ହଜାର ୧୩୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୭୯୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ଟି ଜିଲ୍ଲାରେ ସଂକ୍ରମଣ ୪ଶହ ଉପରେ ରହିଛି ।  ବରଗଡରୁ ୪୮୩, ସମ୍ବଲପୁରରୁ ୪୭୦, ଅନୁଗୁଳରୁ ୪୪୩, ପୁରୀରୁ ୪୩୬ ଓ କଳାହାଣ୍ଡିରୁ ୪୧୪ ନୂଆ ମାମଲା ଆସିଛି। ଝାରସୁଗୁଡ଼ାରୁ ୩୮୬, ନୂଆପଡ଼ାରୁ ୩୩୫,  ବଲାଙ୍ଗୀରରୁ ୩୨୬, ଗଞ୍ଜାମରୁ ୩୧୦, ଯାଜପୁରରୁ ୨୮୨, ମୟୂରଭଞ୍ଜରୁ ୨୪୩ ଓ ନୟାଗଡ଼ରୁ ୨୨୩ ଜଣଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଣେ ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୧୬ଜଣ ସଂକ୍ରମିତଙ୍କର ପ୍ରାଣହାନି ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ସୁନ୍ଦରଗଡ ଓ ରାୟଗଡାର ୨ ଜଣ ଲେଖାଏଁ ଏବଂ ପୁରୀ, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ସମ୍ବନ୍ଧିତ ଖବର