ରାଜ୍ୟରୁ ୩୩୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୪ ସଂକ୍ରମିତଙ୍କର ପ୍ରାଣହାନି

ଭୁବନେଶ୍ବର: ଆଜି ରାଜ୍ୟରୁ ୩୩୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରୁ ୧୯୪ଜଣ କ୍ବାରେଣ୍ଟାଇନରୁ ଓ ୧୪୦ଜଣ ସ୍ଥାନୀୟ ଅଞ୍ଚଳର ରହିଥିବା ଜଣାପଡ଼ିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ ୩,୨୮,୨୦୧ଜଣ କରୋନା ସଂକ୍ରମିତ ମାମଲା ସାମ୍ନାକୁ ଆସିଥିବାବେଳେ ଏଥିରୁ ୩,୨୩,୩୭୮ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ବି ୨୯୧୩ଟି ସକ୍ରିୟ ମାମଲା ରହିଛି।

ଆଜି ଅନୁଗୁଳରୁ ୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୭ଜଣ, ବୌଦ୍ଧରୁ ୨ଜଣ, କଟକରୁ ୨୬ଜଣ, ଦେବଗଡ଼, ଗଜପତି ଓ ଢ଼େଙ୍କାନାଳରୁ ଜଣେ ଲେଖାଏଁ, ଗଞ୍ଜାମରୁ ୫ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୧୩ଜଣ, ଝାରସୁଗୁଡ଼ାରୁ ୧୪ଜଣ, କଳହାଣ୍ଡିରୁ ୫ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୧୬ଜଣ, କେନ୍ଦୁଝରରୁ ୫ଜଣ, ଖୋର୍ଧାରୁ ୩୦ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୨୦ଜଣ, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୧୩ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ୯ଜଣ ଓ ସମ୍ବଲପୁରରୁ ୩୦ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଛନ୍ତି। ସେହିପରି ସୋନପୁରରୁ ଜଣେ , ସୁନ୍ଦରଗଡ଼ରୁ ୪୦ଜଣ ଓ ଷ୍ଟେଟପୁଲରୁ ୭ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏଣେ ୪ସଂକ୍ରମିତଙ୍କର ପ୍ରାଣହାନି ଘଟିଛି।

ସମ୍ବନ୍ଧିତ ଖବର