ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୧,୪୯୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୬୪୩୯ ଚିହ୍ନଟ ହୋଇଥିବା ବେଳେ ୫୦୫୯ଜଣ ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୯୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୧୦୭ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।
New recoveries: 10036
Cumulative tested: 11118984
Positive: 655899
Recovered: 546631
Active cases: 106812— I & PR Department, Odisha (@IPR_Odisha) May 20, 2021
ଅପରପକ୍ଷରେ ଅନୁଗୁଳରୁ ୮୬୭, ବରଗଡ଼ରୁ ୩୯୫, ଭଦ୍ରକରୁ ୧୩୪, ବାଲେଶ୍ୱରରୁ ୫୨୪, ବଲାଙ୍ଗୀରରୁ ୨୯୪, ବୌଦ୍ଧରୁ ୩୧୩, ଦେବଗଡ଼ରୁ ୧୧୪, ଢେଙ୍କାନାଳରୁ ୨୫୧, ଗଜପତିରୁ ୮୬, ଗଞ୍ଜାମରୁ ୨୨୮, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୩୭୮, ଝାରସୁଗୁଡ଼ାରୁ ୨୪୭ , କଳାହାଣ୍ଡିରୁ ୨୦୫, କନ୍ଧମାଳରୁ ୧୦୧, କେନ୍ଦ୍ରାପଡ଼ାରୁ ୨୦୪, କେନ୍ଦୁଝରରୁ ୧୯୩, କୋରାପୁଟରୁ ୨୬୬, ମାଲକାନଗିରିରୁ ୧୧୦, ମୟୂରଭଞ୍ଜରୁ ୫୩୮, ନବରଙ୍ଗପୁରରୁ ୩୪୬, ନୟାଗଡ଼ରୁ ୩୮୨, ନୂଆପଡ଼ାରୁ ୧୫୨, ପୁରୀରୁ ୪୨୪, ରାୟଗଡ଼ାରୁ ୨୩୩, ସମ୍ବଲପୁରରୁ ୩୯୩, ସୋନପୁରରୁ ୨୧୭, ସୁନ୍ଦରଗଡ଼ରୁ ୭୦୩ଜଣ ଓ ଷ୍ଟେଟ୍ ପୁଲରୁ ୨୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୫୫, ୮୯୯ରେ ପହଞ୍ଚିଥିବା ବେଳେ ୫,୪୬,୬୩୧ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୬୮୧୨ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।