ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୨,୫୨୩ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୪୨

ଭୁବନେଶ୍ବର: ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୨,୫୨୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୭୦୧୨ ଚିହ୍ନଟ ହୋଇଥିବା ବେଳେ ୫୫୧୧ଜଣ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୪୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୦୮୪ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଅପରପକ୍ଷରେ ଅନୁଗୁଳରୁ ୯୩୦, ବରଗଡ଼ରୁ ୩୧୫, ଭଦ୍ରକରୁ ୧୭୭, ବାଲେଶ୍ୱରରୁ ୫୧୦, ବଲାଙ୍ଗୀରରୁ ୨୯୬, ବୌଦ୍ଧରୁ ୩୬୫, ଦେବଗଡ଼ରୁ ୧୦୬, ଢେଙ୍କାନାଳରୁ ୧୩୨, ଗଜପତିରୁ ୫୩, ଗଞ୍ଜାମରୁ ୩୬୯, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୪୧୯, ଝାରସୁଗୁଡ଼ାରୁ ୩୭୩ , କଳାହାଣ୍ଡିରୁ ୪୯୧, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୯୫ କେନ୍ଦୁଝରରୁ ୨୩୨, କୋରାପୁଟରୁ ୨୩୩, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୫୪୬, ନବରଙ୍ଗପୁରରୁ ୩୮୩, ନୟାଗଡ଼ରୁ ୩୧୫, ନୂଆପଡ଼ାରୁ ୧୨୯, ପୁରୀରୁ ୫୬୮, ରାୟଗଡ଼ାରୁ ୩୨୧, ସମ୍ବଲପୁରରୁ ୪୦୦, ସୋନପୁରରୁ ୨୦୨, ସୁନ୍ଦରଗଡ଼ରୁ ୭୧୫ଜଣ ଓ ଷ୍ଟେଟ୍ ପୁଲରୁ ୩୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୬୮, ୪୨୨ରେ ପହଞ୍ଚିଥିବା ବେଳେ ୫,୫୬,୫୦୧ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୯୪୩୮ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।

ସମ୍ବନ୍ଧିତ ଖବର