ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୮୫୨ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୯

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୮୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୭୬୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୮୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୭୫ଜଣ, ବାଲେଶ୍ୱରରୁ ୩୬୪ଜଣ, ବରଗଡ଼ରୁ ୬୧ ଜଣ, ଭଦ୍ରକରୁ ୨୨୨ଜଣ, ବଲାଙ୍ଗୀରରୁ ୩୧ ଜଣ, ବୌଦ୍ଧରୁ ୫୭ଜଣ, କଟକରୁ ୫୦୫ଜଣ, ଦେବଗଡ଼ରୁ ୨୦ ଜଣ, ଢେଙ୍କାନାଳରୁ ୧୫୦ଜଣ, ଗଜପତିରୁ ୪୮ ଜଣ, ଗଞ୍ଜାମରୁ ୪୦ ଜଣ, ଜଗତସିଂହପୁରରୁ ୧୮୦ ଜଣ, ଯାଜପୁରରୁ ୩୮୨ ଜଣ, ଝାରସୁଗୁଡ଼ାରୁ ୧୬ଜଣ, କଳାହାଣ୍ଡିରୁ ୬୦ ଜଣ, କନ୍ଧମାଳରୁ ୮୩ ଜଣ, କେନ୍ଦ୍ରାପଡ଼ାରୁ ୨୮୭ଜଣ, କେଉଁଝରରୁ ୯୬ଜଣ, ଖୋର୍ଦ୍ଧାରୁ ୬୪୯ ଜଣ, କୋରାପୁଟରୁ ୮୮ ଜଣ, ମାଲକାନଗିରିରୁ ୮୯ଜଣ, ମୟୁରଭଞ୍ଜରୁ ୨୧୦ଜଣ, ନବରଙ୍ଗପୁରରୁ ୧୦୮ ଜଣ, ନୟାଗଡ଼ରୁ ୧୩୬ଜଣ, ନୂଆପଡ଼ାରୁ ୨୨ଜଣ, ପୁରୀରୁ ୨୩୭ଜଣ, ରାୟଗଡ଼ାରୁ ୧୦୫ ଜଣ, ସମ୍ୱଲପୁରରୁ ୪୧ଜଣ, ସୋନପୁରରୁ ୩୫, ସୁନ୍ଦରଗଡ଼ରୁ ୧୫୭ ଓ ଷ୍ଟେଟ ପୁଲରୁ ୯୮କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୮,୪୭, ୩୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୭,୮୧,୪୮୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୨, ୫୧୫ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର