ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୬୪୦ ଜଣ କରୋନା ପଜିଟିଭ ଚିହ୍ନଟ, ବାଲେଶ୍ୱରରୁ ସର୍ବାଧିକ ୩୯୭

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୬୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୨୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୩୯୭ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୩୯୭ଜଣ, ବରଗଡ଼ରୁ ୨୧ ଜଣ, ଭଦ୍ରକରୁ ୧୨୮ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ୧୯ଜଣ, କଟକରୁ ୨୬୬ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୬୭ଜଣ, ଗଜପତିରୁ ୧୮ ଜଣ, ଗଞ୍ଜାମରୁ ୧୭ ଜଣ, ଜଗତସିଂହପୁରରୁ ୧୩୨ ଜଣ, ଯାଜପୁରରୁ ୧୬୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨୦ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୫୫ଜଣ, କେଉଁଝରରୁ ୭୦ଜଣ, ଖୋର୍ଦ୍ଧାରୁ ୩୬୫ ଜଣ, କୋରାପୁଟରୁ ୬୧ଜଣ, ମାଲକାନଗିରିରୁ ୬୪ଜଣ, ମୟୁରଭଞ୍ଜରୁ ୧୫୫ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ରୁ ୯୨ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୭୮ଜଣ, ରାୟଗଡ଼ାରୁ ୪୯ଜଣ, ସମ୍ୱଲପୁରରୁ ୨୩ଜଣ, ସୋନପୁରରୁ ୨୫, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟ ପୁଲରୁ ୭୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୦୬,୪୨୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୭୦,୭୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୧, ୬୧୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର