ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୭୦ଜଣ କରୋନା ପଜିଟିଭ ଚିହ୍ନଟ, କଟକରୁ ସର୍ବାଧିକ ୪୪୦

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୫୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୧୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୪୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯୯ଜଣ, ବାଲେଶ୍ୱରରୁ ୨୪୦ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୧୨୮ଜଣ, ବଲାଙ୍ଗୀରରୁ ୨୯ ଜଣ, ବୌଦ୍ଧରୁ ୧୩ଜଣ, କଟକରୁ ୪୪୦ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୮୫ଜଣ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୧୧୨ ଜଣ, ଯାଜପୁରରୁ ୧୯୧ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୩୬ ଜଣ, କନ୍ଧମାଳରୁ ୨୫ ଜଣ, କେନ୍ଦ୍ରାପଡ଼ାରୁ ୧୫୭ଜଣ, କେଉଁଝରରୁ ୬୬ଜଣ, ଖୋର୍ଦ୍ଧାରୁ ୩୮୪ ଜଣ, କୋରାପୁଟରୁ ୬୦ଜଣ, ମାଲକାନଗିରିରୁ ୫୭ଜଣ, ମୟୁରଭଞ୍ଜରୁ ୧୬୪ଜଣ, ନବରଙ୍ଗପୁରରୁ ୩୫ ଜଣ, ନୟାଗଡ଼ରୁ ୧୦୫ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୧୬୫ଜଣ, ରାୟଗଡ଼ାରୁ ୫୦ଜଣ, ସମ୍ୱଲପୁରରୁ ୨୩ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ ଜିଲ୍ଲାରୁ ୮୭ ଓ ଷ୍ଟେଟ ପୁଲରୁ ୬୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୨୧,୮୯୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮,୮୭,୪୨୦ ଜଣ ସୁସ୍ଥ ହୋଇଛନ୍ତି।  ଏବେ ବି ୩୦, ୨୨୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର