ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୫୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୪୫୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୮୪ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୨୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬୦ଜଣ, ବାଲେଶ୍ୱରରୁ୨୨୧ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୧୦୦ଜଣ, ବଲାଙ୍ଗୀରରୁ ୨ଜଣ, ବୌଦ୍ଧରୁ ୧୨ଜଣ, ବୌଦ୍ଧରୁ ୭ଜଣ, କଟକରୁ ୪୨୮ଜଣ, ଦେବଗଡ଼ରୁ ୭ଜଣ, ଢେଙ୍କାନାଳରୁ ୩୪ଜଣ, ଗଜପତିରୁ ୧୫ ଜଣ, ଗଞ୍ଜାମରୁ ୧୩ ଜଣ, ଜଗତସିଂହପୁରରୁ ୧୨୮ ଜଣ, ଯାଜପୁରରୁ ୧୩୯ ଜଣ, ଝାରସୁଗୁଡ଼ାରୁ ୨୪ ଜଣ, କଳାହାଣ୍ଡିରୁ ୧୦ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୧୬୭ଜଣ, କେଉଁଝରରୁ ୬୯ ଜଣ, ଖୋର୍ଦ୍ଧାରୁ ୪୨୪ଜଣ, କୋରାପୁଟରୁ ୪୦ଜଣ, ମାଲକାନଗିରିରୁ ୪୨ଜଣ, ମୟୁରଭଞ୍ଜରୁ ୧୨୪ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୭୮ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୫୦ଜଣ, ରାୟଗଡ଼ାରୁ ୩୭ଜଣ, ସମ୍ୱଲପୁରରୁ ୨୮ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୫୭ ଓ ଷ୍ଟେଟ ପୁଲରୁ ୭୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୩୨,୩୩୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୦୦,୨୮୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୭, ୫୮୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।