ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୦୬ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୯୦

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୮୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬୧୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୯୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୫୯୦ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୦୨ଜଣ, ବାଲେଶ୍ୱରରୁ ୧୫୩ଜଣ, ବରଗଡ଼ରୁ ୩୩ଜଣ, ଭଦ୍ରକରୁ ୮୩ଜଣ, ବଲାଙ୍ଗୀରରୁ ୧୦ଜଣ, ବୌଦ୍ଧରୁ ୯ଜଣ, କଟକରୁ ୪୪୧ଜଣ, ଦେବଗଡ଼ରୁ ୪ଜଣ, ଢେଙ୍କାନାଳରୁ ୧୨୪ଜଣ, ଗଜପତିରୁ ୬ଜଣ, ଗଞ୍ଜାମରୁ ୧୯ ଜଣ, ଜଗତସିଂହପୁରରୁ ୧୧୯ ଜଣ, ଯାଜପୁରରୁ ୨୫୨ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୨୫ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୫୭ଜଣ, କେଉଁଝରରୁ ୭୨ ଜଣ, ଖୋର୍ଦ୍ଧାରୁ ୫୯୦ଜଣ, କୋରାପୁଟରୁ ୨୯ଜଣ, ମାଲକାନଗିରିରୁ ୩୫ଜଣ, ମୟୁରଭଞ୍ଜରୁ ୧୦୯ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ରୁ ୮୬ଜଣ, ନୂଆପଡ଼ାରୁ ୭ଜଣ, ପୁରୀରୁ ୧୩୮ଜଣ, ରାୟଗଡ଼ାରୁ ୩୦ଜଣ, ସମ୍ୱଲପୁରରୁ ୨୬ଜଣ, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୬୫ ଓ ଷ୍ଟେଟ ପୁଲରୁ ୧୧୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୩୫,୧୩୬ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୦୩,୧୭୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୭, ୪୨୯ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର