ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୨୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୧୫୦ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୭୮ ଜଣ, ବଲାଙ୍ଗୀରରୁ ୧୮ ଜଣ, ବୌଦ୍ଧରୁ ୧୬ ଜଣ, କଟକରୁ ୩୪୮ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪ ଜଣ, ଗଜପତିରୁ ୧୭ ଜଣ, ଗଞ୍ଜାମରୁ ୧୨ଜଣ, ଜଗତସିଂହପୁରରୁ ୧୨୬ ଜଣ, ଯାଜପୁରରୁ ୧୨୪ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୯୫ ଜଣ, କେଉଁଝରରୁ ୪୨ ଜଣ, ଖୋର୍ଦ୍ଧାରୁ ୪୮୩ ଜଣ, କୋରାପୁଟରୁ ୧୦ ଜଣ, ମାଲକାନଗିରିରୁ ୨୫ ଜଣ, ମୟୁରଭଞ୍ଜରୁ ୯୯ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୬୯ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୮୪ ଜଣ, ରାୟଗଡ଼ାରୁ ୨୯ ଜଣ, ସମ୍ୱଲପୁରରୁ ୪୧ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୩ ଓ ଷ୍ଟେଟ ପୁଲରୁ ୧୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୫୪,୩୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୨୭, ୯୨୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୧, ୨୮୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।