ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧, ୮୬୪ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୯୬

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧, ୮୬୪ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୯୬

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧, ୮୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୦୮୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୮୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬୯ଜଣ, ବାଲେଶ୍ୱରରୁ ୧୧୪ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୬୫ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୨୨୧ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୮୪ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୮୯ ଜଣ, ଯାଜପୁରରୁ ୧୦୭ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୫୯ ଜଣ, କେଉଁଝରରୁ ୪୪ ଜଣ, ଖୋର୍ଦ୍ଧାରୁ ୪୯୬ ଜଣ, କୋରାପୁଟରୁ ୭ ଜଣ, ମାଲକାନଗିରିରୁ ୧୨ ଜଣ, ମୟୁରଭଞ୍ଜରୁ ୫୭ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୬୬ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୫୯ ଜଣ, ରାୟଗଡ଼ାରୁ ୨୪ ଜଣ, ସମ୍ୱଲପୁରରୁ ୩୪ ଜଣ, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୫୬ ଓ ଷ୍ଟେଟ ପୁଲରୁ ୧୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୬୫, ୭୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୪୧, ୨୦୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯,୦୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe