ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୪ ଜଣ, ବାଲେଶ୍ୱରରୁ ୯୩ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୬ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨, କଟକରୁ ୧୬୦ ଜଣ, ଦେବଗଡ଼ରୁ  ୯ ଜଣ, ଢେଙ୍କାନାଳରୁ ୩୯ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୮୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୪୭ ଜଣ, କେଉଁଝରରୁ ୨୯ ଜଣ, ଖୋର୍ଦ୍ଧାରୁ ୫୩୨ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୫୩ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୮ ଜଣ, ନୂଆପଡ଼ାରୁ ୧୦, ପୁରୀରୁ ୯୬ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୨୨ ଓ ଷ୍ଟେଟ ପୁଲରୁ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୦, ୮୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୪୭, ୩୮୧ ଜଣ ସୁସ୍ଥ ହୋଇଛନ୍ତି।  ଏବେ ବି ୧୭, ୭୪୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।