ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୦୪୧ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୮

୧୮ ବର୍ଷରୁ କମ୍ ବୟସ୍କ ୧୨୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୯ ଜଣ, ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୭୬ ଜଣ, ଦେବଗଡ଼ରୁ ୭  ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୪୩ ଜଣ, ଯାଜପୁରରୁ ୫୬ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩୭ ଜଣ, କେଉଁଝରରୁ ୧୨  ଜଣ, ଖୋର୍ଦ୍ଧାରୁ ୩୯୮ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୩୬ ଜଣ, ନୟାଗଡ଼ରୁ ୧୩ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୧ ଜଣ,  ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୮, ୧୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୧, ୩୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯, ୬୬୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର