ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୦୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୪ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକରୁ ୧୨ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୦୬ଜଣ, , ମୟୂରଭଞ୍ଜରୁ ୨୨ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୪ ଜଣ, ସମ୍ୱଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୨୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
Covid-19 Report For 7th December
New Positive Cases: 255
Of which 0-18 years: 54
In quarantine: 152
Local contacts: 103(Details of local contacts will be shared by concerned District)
1. Angul: 14
2. Bhadrak: 2
3. Balangir: 2
4. Cuttack: 12
5. Dhenkanal: 2
6. Gajapati: 2— I & PR Department, Odisha (@IPR_Odisha) December 8, 2021
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ ହଜାର ୭୬୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ହଜାର ୧୩୯ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୧୪୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।