ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

Advertisment
ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ ୩୮ କରୋନା ପଜିଟିଭ ଚିହ୍ନଟ, ୨ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ। ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଜଣେ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଗତକାଲି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଥିଲା ୧୧।

ନୂଆ କରି ସୁସ୍ଥ ହୋଇଛନ୍ତି ୪ ଜଣ। ନୂତନ ସଂକ୍ରମିତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୭୫ରେ ପହଞ୍ଚିଛି। ଏବେ ସୁଦ୍ଧ‌ା ସର୍ବମୋଟ୍‌ ସୁସ୍ଥ ହୋଇ ସାରିଲେଣି ୧୨ ଲକ୍ଷ ୭୮ ହଜାର ୮୦୬ ଜଣ। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୯୦।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe