ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୨ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୪

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦ ଜଣ, ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯ ଜଣ, ବାଲାଙ୍ଗୀର ୨ଜଣ, କଟକରୁ ୧୧୯ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୭ଜଣ, ଖୋର୍ଦ୍ଧାରୁ ୩୧୪ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୨୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨୬ ଜଣ ଓ ଷ୍ଟେଟ ପୁଲରୁ ୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦୧୩୫୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯୯୮୫୯୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୮୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର