ବଢୁଛି କରୋନା ମିଟର୍‌: ପୁଣି ରାଜ୍ୟରେ ୧୦୦ ପାର୍‌ ହେଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର: ମାସକ ପରେ ରାଜ୍ୟରେ ପୁଣି ୧୦୦ ପାର୍‌ ହୋଇଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରୁ ପୁଣି ୧୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କଟକରେ ୨୦ ଜଣ ଓ ଖୋର୍ଦ୍ଧାରୁ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା କାରଣରୁ ଏହି ୨ ଜିଲ୍ଲାରେ କରୋନା କାୟା ବିସ୍ତାର କରିବାର ଅଧିକ ସମ୍ଭାବନା ରହିିଛି।

ନୂତନ ୧୧୦ କରୋନା ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୯୯ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୫ ହଜାର ୯୨୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୦୫ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୪ ଜଣ, ଭଦ୍ରକରୁ ଜଣେ, କଟକରୁ ୨୦ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୬ ଜଣ, ଜଗ୍‌ତସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୧୫ ଜଣ, କୋରାପୁଟ୍‌ରୁ ଜଣେ, ମୟୂରଭଞ୍ଜରୁ ୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୂଆପଡ଼ାରୁ ୯ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

ସମ୍ବନ୍ଧିତ ଖବର