ବଢ଼ି ବଢ଼ି ଚାଲିଛି କରୋନା ମିଟର୍; ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୯୭ ଆକ୍ରାନ୍ତ ଚିହ୍ନଟ

Advertisment
ବଢ଼ି ବଢ଼ି ଚାଲିଛି କରୋନା ମିଟର୍; ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୯୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ବଢ଼ି ବଢ଼ି ଚାଲିଛି କରୋନା ମିଟର୍‌। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୨୩ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୬ ହଜାର ୯୩୦ ଜଣ। ଏବେ ବି ସକ୍ରିୟ ଅଛନ୍ତି ୨୦୧୩ ଜଣ। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୭ ଜଣ, ଜଗତ୍‌ସିଂହପୁରରୁ ୨ ଜଣ, ଯାଜପୁରରୁ ୫ ଜଣ, ଝାରସୁୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୫୭ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୧୨ ଜଣ, ଖୋର୍ଦ୍ଧାରୁ ୩୩ ଜଣ, କୋରାପୁଟରୁ ୫ ଜଣ, ମୟୂରଭଞ୍ଜରୁ ୭ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩୧ ଜଣ, ପୁରୀରୁ ୬ ଜଣ, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୩୮ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe