ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୭୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୨ ହଜାର ୯୪୮ ଜଣ ଓ ‌ଏବେ ବି ସକ୍ରିୟ ଅଛନ୍ତି ୭୮୧ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨ ଜଣ, କଟକରୁ ୪ ଜଣ, ଦେଓଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଜଗତ୍‌ସିଂହପୁରରୁ ଜଣେ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୬ ଜଣ, ଖୋ‌ର୍ଦ୍ଧାରୁ ୪ ଜଣ, ମୟୂରଭଞ୍ଜରୁ ୭ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୨ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର