ରାଜ୍ୟରେ ପୁଣି ୫୮ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ

Advertisment
୫ ରାଜ୍ୟରେ ଅଚାନକ ସଂକ୍ରମଣ ବୃଦ୍ଧି, ୨୭ ଦିନରେ ଦେଶରେ ସର୍ବାଧିକ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୨ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୨୮୦ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୯୯ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ୨ ଜଣ, ଦେଓଗଡ଼ରୁ ୨ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୭ ଜଣ, ମାଲକାନଗିରିରୁ ୨ ଜଣ, ମୟୂରଗଭଞ୍ଜରୁ ୪ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୬ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe