ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ‌ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ରେ ପହଞ୍ଚିିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୬୩୭ ଜଣ ଓ ଏବେ ବି ସକ୍ରିୟ ଅଛି ୭୨୦ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ୫ ଜଣ, କଟକରୁ ୨ ଜଣ, ଯାଜପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୨ ଜ‌ଣ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୧୩ ଜଣ, ସମ୍ବଲପୁରରୁ ୯ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର