ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୨ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କକୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୫୨୯ରେ ପହଞ୍ଚିଛି। ଏବେ ସୁଦ୍ଧା ଆରୋଗ୍ୟ ଲାଭ କରିଛନ୍ତି ୩ ଲକ୍ଷ ୩୪ ହଜାର ୭୬୭ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୯୨ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୬ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୪ ଜଣ, କଟକରୁ ୩ ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ଜଣେ, ଗଞ୍ଜାମରୁ ଜଣେ, ଜଗତ୍ସିଂହପୁରରୁ ୪ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୬ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ଜଣେ, ପୁରୀରୁ ୨ ଜଣ, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ୍ ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/03/Corona-in-Odisha-on-4th-March_Thumbnail.jpg)