ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ସଂକ୍ରମିତ। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୫୬ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩୩ ଲକ୍ଷ ୫୪ ହଜାର ୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୭୭ ଜଣ ଆକ୍ରାନ୍ତ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ଜଣେ, ବରଗଡ଼ରୁ ୪ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୪ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, ଖୋର୍ଦ୍ଧାରୁ ୭ ଜଣ, ମୟୂରଭଞ୍ଜରୁ ୮ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

ସମ୍ବନ୍ଧିତ ଖବର