ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୩ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କ ମଶାଇ ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୩୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୮୦୩ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୫ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତ୍‌ସିଂହପୁରରୁ ଜଣେ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୧୩ ଜଣ, କୋରାପୁଟ୍‌ରୁ ଜଣେ, ମୟୂରଭଞ୍ଜରୁ ୫ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୩ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୪ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର