ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୯ ଜଣ କରୋନା ସଂକ୍ରମି ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୯ ଜଣ କରୋନା ସଂକ୍ରମି ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୧୦୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୩୫୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୮୭ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୪ ଜଣ, ବରଗଡ଼ରୁ ୯ ଜଣ, କଟକରୁ ୨ ଜଣ, ଦେବଗଡ଼ରୁ ୨ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩ ଜଣ, ସମ୍ବଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଚିହ୍ନଟ ‌ହୋଇଛନ୍ତି।

 

ସମ୍ବନ୍ଧିତ ଖବର