ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୯ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୨୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ‌ଦିଆଯାଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୪୬୦ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩୩୩୭୮୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୦୬ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୭ ଜଣ, ଭଦ୍ରକକୁ ୨ ଜଣ, ବୌଦ୍ଧରୁ ଜଣେ, କଟକରୁ ଜଣେ, ଦେଓଗଡ଼ରୁ ଜଣେ, ଜଗତ୍‌ସିଂହପୁରରୁ ଜଣେ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୬ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୬ ଜଣ, କୋରାପୁଟ୍‌ରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧିତ ଖବର