ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେ‌ଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୫୧୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୩ ହଜାର ୮୮୮ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୫୮ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୪ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୩ ଜଣ, କୋରାପୁଟରୁ ୩ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୧ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

 

ସମ୍ବନ୍ଧିତ ଖବର