ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୨ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୭୬୭ରେ ପହଞ୍ଚିିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୧୬୬ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୬୩୪ ଜଣ।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗୀରରୁ ଜଣେ, କଟକରୁ ୭ ଜଣ, ଗଞ୍ଜାମରୁ ଜଣେ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୭ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ଜଣେ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।