ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୪ କରୋନା ସଂକ୍ରମିତ ଚିହ୍ନଟ

Advertisment
୧୦ ରାଜ୍ୟରେ ସକ୍ରିୟ ମାମଲା ବଢ଼ୁଛି: ୬ ରାଜ୍ୟରେ ୮୬% ନୂଆ ମୃତ୍ୟୁ, ୧୮ ରାଜ୍ୟରେ କରୋନାର ନୂଆ ଷ୍ଟ୍ରେନ୍‌

ommcomnews.com

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୯୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୧୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୪୦୦ ଜଣ ଓ ‌ଏବେ ବି ସକ୍ରିୟ ଅଛନ୍ତି ୬୫୦ ଜଣ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦ ଜଣ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୪ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୩ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ‌ଜଣେ, ଖୋର୍ଦ୍ଧାରୁ ୮ ଜଣ, ମୟୂରଭଞ୍ଜରୁ ୭ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୨ ଜଣ, ସମ୍ବଲପୁରରୁ ୧୭ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe