ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୪୮ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୩୪ ହଜାର ୭୦୩ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୭୭୫ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାବ ପକ୍ଷରୁ ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୬ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୪ ଜଣ, ଦେବଗଡ଼ରୁ ଜଣେ, ଜଗତ୍ସିଂହପୁରରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୧୪ ଜଣ, ମୟୂରଭଞ୍ଜରୁ ୬ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୬, ସମ୍ବଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
Follow Us